ଅଗଷ୍ଟ ୪ରେ ଲଘୁଚାପ

FMODIA.IN 31-07-2020
Monsoon from August 4

ଭୁବନେଶ୍ୱର, ୩୧ ଜୁଲାଇ - ଆସନ୍ତା ଅଗଷ୍ଟ ୪ ତାରିଖ ବେଳକୁ ଉତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ପୁରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

୪ ଅଗଷ୍ଟ ବେଳକୁ ବାୟୁ ମଣ୍ଡଳୀୟ ଚାପର ତାରତମ୍ୟ ଯୋଗୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ ଘଂଟା ପ୍ରତି ୪୦ କିମି ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ, ଏହି ସମୟରେ ମତ୍ସ୍ୟଜୀବୀ ମାନଙ୍କୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ମାଛ ମାରିବାକୁ ବାରଣ କରାଯାଇଛି ।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବା ୧୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ,ସମ୍ବଲପୁର, ଦେବଗଡ, ଅନୁଗୁଳ,କେନ୍ଦୁଝର, ମୟୁରଭଂଜ,ବଲାଙ୍ଗୀର,ନବରଙ୍ଗପୁର,କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।......