BIG NEWS
ଆଜି ଅବପାତରେ ପରିଣତ ହେବ ଲଘୁଚାପ , ୨୪ ଯାଏଁ ଓଡିଶାରେ ବର୍ଷା

ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ଲଗାଣ ବର୍ଷା : ଗଜପତି ଜିଲ୍ଲାର ୪ ବ୍ଲକ୍ ରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳିକୁ ସ୍ଥାନାନ୍ତର କରାଗଲା

FMODIA.IN 13-10-2020

ପାରଳାଖେମୁଣ୍ଡି/ନବରଙ୍ଗପୁର, ୧୩ ଅକ୍ଟୋବର - ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଜାରୀ ରହିଛି । ଗଜପତି ଜିଲ୍ଲାର ୪ଟି ବ୍ଲକ୍ ରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳିକୁ ସ୍ଥାନାନ୍ତର କରାଯାଇଛି । ପାହାଡ଼ ଉପରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ଜିଲ୍ଲାପାଳ ଅନୁପମ୍ ଶାହାଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ୍ ପ୍ରଶାସନ ତ୍ୱରିତ ପଦକ୍ଷେପ ଗ୍ରହଣ କରିଥିବା ସୂଚନା ମିଳିଛି ।