BIG NEWS
ଆଜି ଅବପାତରେ ପରିଣତ ହେବ ଲଘୁଚାପ , ୨୪ ଯାଏଁ ଓଡିଶାରେ ବର୍ଷା

ଦୁର୍ବଳ ହେଲା ଅବପାତ: ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

FMODIA.IN 13-10-2020
Precipitation weakened: Yellow warning to 10 districts for 24 hours

ଭୁବନେଶ୍ୱର, ୧୩ ଅକ୍ଟୋବର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏକ ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳ ସାଢେ ୬ ଟାରୁ ସାଢେ ୭ ଟା ମଧ୍ୟରେ ଉତର ଆନ୍ଧ୍ରପ୍ରଦେଶର କାକିନାଡା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିଯାଇଛି । ଆସନ୍ତା ୬ ଘଂଟା ମଧ୍ୟରେ ଏହା ସଂପୂର୍ଣ୍ଣ ରୂପେ ଦୁର୍ବଳ ହେବ । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ତଥା ଉତର ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହି ସମୟ ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।