କନ୍ଧମାଳ ଜିଲ୍ଲାରେ ନୂଆ ୪୫ କରୋନା ପଜିଟିଭ୍ ଚିହ୍ନଟ : ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୨ କୁ ବୃଦ୍ଧି

FMODIA.IN 01-08-2020
Kandhamal district marks 45 new cases of coronary heart disease

କନ୍ଧମାଳ, ୧ ଅଗଷ୍ଟ - କନ୍ଧମାଳ ଜିଲ୍ଲାରେ ଆଜି ଆଉ ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୫ ଜଣ ପୁରୁଷ ଓ ୨୦ ଜଣ ମହିଳା ରହିଛନ୍ତି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଫୁଲବାଣୀ ଟାଉନରୁ ୯ ଜଣ, ଜି. ଉଦୟଗିରି ବ୍ଲକରୁ ୭ ଜଣ, ଟିକାବାଲି ବ୍ଲକ୍ ରୁ ଜଣେ, କୋଟଗଡ଼ରୁ ୯ ଜଣ, ତୁମୁଡ଼ିବନ୍ଧ ବ୍ଲକରୁ ୧୩ ଜଣ, ରାଇକିଆ ବ୍ଲକରୁ ୪ ଜଣ, କେ. ନୂଆଗାଁ ବ୍ଲକରୁ ୨ ଜଣ ପଜିଟିଭ୍ ରହିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭୨ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୩୨୩ ଆକ୍ରାନ୍ତ ସୁସ୍ଥ ହୋଇ କୋଭିଡ଼୍ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୨୪୭ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ରହିଥିବା ନେଇ କନ୍ଧମାଳ ଜିଲ୍ଲାପାଳ ଡଃ. ବୃନ୍ଦା ଡି ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।

ତେବେ କୌଣସି ପ୍ରକାରେ ଏଥିରେ ଭୟଭିତ ନହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିରାପଦରେ ଘରେ ରହିବା ଏବଂ କୌଣସି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସେହିପରି ନିୟମିତ ବ୍ୟବଧାନରେ ହାତ ଧୋଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।