ଆସନ୍ତାକାଲି ଠାରୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ମନା

FMODIA.IN 29-06-2020
From tomorrow to July 4, all government offices in the district will be denied public access

ଯାଜପୁର, ୨୯ ଜୁନ୍ - ଯାଜପୁର ତହସିଲଦାର କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ସ୍ୱରୂପ ଆସନ୍ତାକାଲି ଠାରୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି । କିନ୍ତୁ, ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଏହି ଅବଧି ମଧ୍ୟରେ ଖୋଲା ରହିବ । ଏବଂ କର୍ମଚାରୀ ମାନେ ନିୟମିତ ଭାବେ ଅଫିସ୍ ଆସି ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିବେ ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତ ୪୮ ଘଂଟା ମଧ୍ୟରେ ଜିଲ୍ଲାରେ ୮୧ ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାରୁ ଏହା ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ଏଥି ସହିତ ଜିଲ୍ଲା ବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି ।