BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କରୋନା : ୧୧୦ ନମୂନାରୁ ୧୦୮ ନେଗେଟିଭ୍

FMODIA.IN 24-03-2020
Corona: 108 out of 110 samples

ଭୁବନେଶ୍ୱର, ୨୪ ମାର୍ଚ୍ଚ - ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ଓଡ଼ିଶାରେ ୧୧୦ଟି ନମୁନା କୋଭିଡ୍-୧୯ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ନମୁନାର ରିପୋର୍ଟ ହସ୍ତଗତ ହୋଇଛି । ଏ ପର୍ଯ୍ୟନ୍ତ ୨ଟି ପଜିଟିଭ୍ ରହିଥିବାବେଳେ ଆଉ କୌଣସି ନୂଆ ପଜିଟିଭ୍ ଚିହ୍ନଟ ହୋଇନାହିଁ ବୋଲି ରାଜ୍ୟ ସରକାରଙ୍କ କୋଭିଡ୍ - ୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ସୂଚନା ଦେଇଛନ୍ତି ।

ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିିର ଅଛି । ରୋଗୀଙ୍କ ସଂସ୍ପର୍ଶରେ ବର୍ତମାନ ସୁଦ୍ଧା ୫୭ ଜଣ ଆସିଥିବା ତଥ୍ୟ ମିଳିଛି । ସେମାନଙ୍କ ମଧ୍ୟରୁ ୫୪ ଜଣଙ୍କ ସହ ଯୋଗାଯୋଗ ହୋଇଛି । ଅନ୍ୟ ୩ ଜଣଙ୍କ ସହ ଯୋଗାଯୋଗ ପାଇଁ ପ୍ରଚେଷ୍ଟା ଚାଲିଛି । ଟି ମନିଟରିଂ ଟିମ୍ ଏଥି ପାଇଁ କାର୍ଯ୍ୟ କରୁଛନ୍ତି ।

ଅନ୍ୟପକ୍ଷରେ ବର୍ତମାନ ସୁଦ୍ଧା ୩୮୬୧ ଜଣ ୧୦୪ ହେଲ୍ପ ଲାଇନ୍ ଏବଂ ପୋର୍ଟାଲ୍ ଜରିଆରେ ପଞ୍ଜୀକରଣ କରିଛନ୍ତି । କୋଭିଡ୍-୧୯ରେ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେସନ୍ରେ ରଖାଯାଇଛି ।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in