BIG NEWS
ପଥଚାରୀଙ୍କ ଉପରେ ମାଡିଗଲା ଡ଼ମ୍ଫର : ୬ ମୃତ, ଦୁଇ ଗୁରୁତର

ରାଜ୍ୟରେ ଆଉ ୧୫ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫୧୦ ହେଲା

FMODIA.IN 14-11-2020
Another 15 people were killed in Odisha, with 1510 deaths

ଭୁବନେଶ୍ୱର, ୧୪ ନଭେମ୍ବର ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୧୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୫ ଜଣ, ଖୋର୍ଧା ଜିଲ୍ଲାର ୪ ଜଣ ଅଛନ୍ତି । ସେହିପରି ମୟୁରଭଂଜ ଜିଲ୍ଲାର ୨ ଜଣ ତଥା ବାଲେଶ୍ୱର, ଜଗତସିଂହପୁର.କନ୍ଧମାଳ, ପୁରୀ ଜିଲ୍ଲାର ଜଣେ ଜଣେ ଅଛନ୍ତି ।