BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୪ ମାସର ଆଗୁଆ ଦରମା ଘୋଷଣା

FMODIA.IN 25-03-2020
CM announces advance salary payment to all doctors and para

ଭୁବନେଶ୍ୱର, ୨୫ ମାର୍ଚ୍ଚ : କରୋନା ମୁକାବିଲାରେ ବିଶେଷ ଭୂମିକା ଗ୍ରହଣ କରୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ମନୋବଳ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ବଡ ଘୋଷଣା କରିଛନ୍ତି । ରାଜ୍ୟର ସବୁ ଡାକ୍ତର, ପାରାମେଡିକାଲ କର୍ମଚାରୀଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏପ୍ରିଲ, ମେ, ଜୁନ, ଜୁଲାଇ ମାସର ଦରମା ଏପ୍ରିଲରେ ମିଳିବ । ଆଗୁଆ ଦରମା ଘୋଷଣା ସହ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆପଣମାନଙ୍କ ସେବା ଓ ନିଷ୍ଠାପର କାମର ତୁଳନା ନାହିଁ । ଆମେ ଆପଣମାନଙ୍କ ସହ ରହିଛୁ, ଆପଣମାନେ ସେବା ଜାରି ରଖନ୍ତୁ ।ସେହିପରି ଡାକ୍ତରଙ୍କ ପ୍ରତି ଖରାପ ବ୍ୟବହାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି । ଡାକ୍ତର, ସ୍ୱାସ୍ଥ୍ୟ ସେବା କର୍ମଚାରୀଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଯେଉଁମାନେ ଖରାପ ବ୍ୟବହାର କରୁଛନ୍ତି ସେମାନଙ୍କୁ ଛଡ଼ାଯିବନି । ସେମାନଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସକୁ କୁହାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in