BIG NEWS
ଆଜି ଅବପାତରେ ପରିଣତ ହେବ ଲଘୁଚାପ , ୨୪ ଯାଏଁ ଓଡିଶାରେ ବର୍ଷା

ଗୋଟିଏ ଦିନରେ ୨୧୩୮ ଜଣ ନୂଆ କରୋନା ଆକ୍ରାନ୍ତ

FMODIA.IN 16-10-2020
In one day 2,138 new corona cases were reported in Odisha

ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯

ଭୁବନେଶ୍ୱର, ୧୬ ଅକ୍ଟୋବର ରାଜ୍ୟରେ ଗୋଟିଏ ଦିନରେ ୨୧୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୨୩୮୫୩୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୨୪୪୫୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୧୩୮ ଜଣଙ୍କ ମଧ୍ୟରୁ ୧୨୫୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୩୬୧ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।