BIG NEWS
ସଂସଦ ସଦସ୍ୟମାନଙ୍କ ପାଇଁ ଆଜି ବହୁତଳ ବିଶିଷ୍ଟ କୋଠା ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଆଜି ଅବପାତରେ ପରିଣତ ହେବ ଲଘୁଚାପ , ୨୪ ଯାଏଁ ଓଡିଶାରେ ବର୍ଷା

FMODIA.IN 22-10-2020
Light to moderate rain is expected in Odisha today

ଭୁବନେଶ୍ୱର :- ବଙ୍ଗୋପସାଗର ଅଂଚଳରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଆଜି ଏହା ଅବପାତରେ ପରିଣତ ହୋଇ ପରବର୍ତୀ ୨୪ଘଂଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଉତରଉତରପୂର୍ବ ଦିଗରେ ଗତି କରି ଓଡିଶା ଉପକୂଳ ଦେଇ ଆଗାମୀ ୪୮ଘଂଟାରେ ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ଜିଲ୍ଲା ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ଯୋଗୁଁ ତଳିଅ ଅଂଚଳରେ ପାଣି ପଶିଯିବା ସହ ପାହାଡିଆ ଅଂଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ବର୍ଷାରେ କଚ୍ଚା ଘର ଓ ରାସ୍ତା ପ୍ରଭାବିତ ହେବା ସହ ସହରଗୁଡିକରେ ଟ୍ରାଫିକ୍ ସମସ୍ୟା ଉପୁଜିପାରେ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ,ବାଲେଶ୍ୱର, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୩ ତାରିଖ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅପରପକ୍ଷରେ ୨୪ ତାରିଖ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛିପାଣିପାଗ ବିଭାଗ ।