BIG NEWS
ପଥଚାରୀଙ୍କ ଉପରେ ମାଡିଗଲା ଡ଼ମ୍ଫର : ୬ ମୃତ, ଦୁଇ ଗୁରୁତର

କ୍ରୀଡ଼ାବିତ୍ ଶାନ୍ତନୁ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

FMODIA.IN 04-11-2020

ଭୁବନେଶ୍ୱର, ୦୪ ନଭେମ୍ବର :-- ବିଶିଷ୍ଟ କ୍ରୀଡ଼ାବିତ୍ ଶାନ୍ତନୁ ଶତପଥୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ ଶାନ୍ତନୁ ଶତପଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କ୍ରିକେଟ ଖେଳାଳି ଭାବେ ତାଙ୍କ କୀର୍ତି ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।